ରାଜ୍ୟରେ ଆଜି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Dec 14, 2020, 12:00 pm IST

ଭୁବନେଶ୍ବର: ରାଜ୍ୟରେ ଆଜି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୯ ଜଣ ଚିହ୍ନଟ ହୋଇଥିବାବେଳେ ୧୪୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୯ ହଜାର ୬୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୧୫୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୦୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୩୨ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୫, ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ ଜଣ, କଟକରୁ ୨୭ ଜଣ, ଦେଓଗଡରୁ ୨ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ,  କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ସୋନପୁରରୁ ଜଣେ  ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts