ଆଜି ରାଜ୍ୟରୁ କରୋନାରେ ମୃତ୍ୟୁବରଣ କଲେ ୪ ଜଣ ସଂକ୍ରମିତ

Published: Dec 14, 2020, 12:09 pm IST

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୧୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ଵରରୁ ଜଣେ ୬୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳର ଜଣେ ୩୨ ବର୍ଷୀୟ ମହିଳା, ଗଞ୍ଜାମର ଜଣେ ୬୦ ବର୍ଷୀୟ ପୁରୁଷ ଏବଂ ଝାରସୁଗୁଡାର ଜଣେ ୭୩ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି।

Related posts