ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1815କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜରୁ 2 ଜଣ ଥିବାବେଳେ ଜଗତସିଂହପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
ମୟୂରଭଞ୍ଜର ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 64 ବର୍ଷୀୟ ପୁରୁଷ ରହିଥିବାବେଳେ ଜଗତସିଂହପୁରରୁ 59 ବର୍ଷୀୟ ପୁରୁଷ, ସମ୍ବଲପୁରରୁ 40 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।