Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୟପୁରରେ ମୋଦି : ଓଡ଼ିଶାରେ ଡବଲ ଇଞ୍ଜିନ ଲାଗିଲେ ଦ୍ରୁତ ବିକାଶ ହୋଇପାରିବ
ଆଜିର ଖବର

ଜୟପୁରରେ ମୋଦି : ଓଡ଼ିଶାରେ ଡବଲ ଇଞ୍ଜିନ ଲାଗିଲେ ଦ୍ରୁତ ବିକାଶ ହୋଇପାରିବ

March 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
modi targets oppositions in jaypur odisha
modi targets oppositions in jaypur odisha

ଓଡ଼ିଶାରେ ବିଜେପି ଆଜି ନିର୍ବାଚନୀ ଶଙ୍ଖନାଦ କରିଛି। ପ୍ରଧାନମନ୍ତ୍ରୀ ମୋଦି ଜୟପୁର ଜନସମାବେଶେର ଯୋଗ ଦେଇ ଉଭୟ ବିଜେଡ଼ି ଓ କଂଗ୍ରେସ ଉପରେ ଖୁବ୍‌ ଜୋରରେ ବର୍ଷିଛନ୍ତି। ବିଜେପି ସିଧାସଳଖ  ନିଶାନା କରିଛି ବିଜେଡ଼ିକୁ। ଏହି ଅବସରରେ ବିଜେଡିକୁ ପ୍ରତ୍ୟାଖାନ କରି ବିଜେପିକୁ ଭୋଟ ଦେବାର ମନ୍ତ୍ର ଫୁଙ୍କିଛନ୍ତି ପ୍ରଧାନମନ୍ତ୍ରୀ।  ନିର୍ବାଚନୀ ବୈତରଣୀ ପାର ହେବା ପାଇଁ ସ୍ଥାନୀୟବାସୀଙ୍କ ଆଗରେ ମୋଦି ବିଜେଡି ବିରୋଧରେ ବିଫଳତାର ଫର୍ଦ୍ଦ ଖୋଲିଛନ୍ତି। ଦୀର୍ଘ ୧୯ ବର୍ଷ ହେବ ରାଜ୍ୟରେ ସ୍ଥିର ସରକାର ଥିଲେ ମଧ୍ୟ ବିକାଶ ହୋଇପାରୁନି କାହିଁକି ବୋଲି ପ୍ରଶ୍ନ କରିଛନ୍ତି ପ୍ରଧାନମନ୍ତ୍ରୀ। ଖଣିଜ ସମ୍ପଦଭରା ରାଜ୍ୟରେ ଯୁବକଙ୍କୁ ନିଯୁକ୍ତି ଦେବାରେ ବିଫଳ ରାଜ୍ୟ ସରକାର। ଏପରିକି ବିଭିନ୍ନ ଖଣି ମାଫିଆଙ୍କୁ ସୁରକ୍ଷା ଦେବା ସହ ଚିଟଫଣ୍ଡ ଘୋଟାଲାକାରୀଙ୍କୁ ମଧ୍ୟ ସୁରକ୍ଷା ଦେଉଛନ୍ତି। ରାଜ୍ୟବାସୀଙ୍କ ଭରସା ସହିତ ବିଜେଡି  ଖେଳିଛି ବୋଲି ଅଭିଯୋଗ କରିଛନ୍ତି ମୋଦି। ତେଣୁ ଏଭଳି ସରକାରକୁ ତାହାର ଦଣ୍ଡ ଦେବାର ଉଚିତ୍ ସମୟ ଆସିଛି ବୋଲି କହିଛନ୍ତି ମୋଦି। ସେହିପରି ରାଜ୍ୟର ବିକାଶ କରିବାକୁ ହେଲେ, ଏଥର ଚୌକିଦାର ସରକାରଙ୍କୁ ବାଛିବାକୁ ହେବ। ତେଣୁ ଦେଶ ଓ ରାଜ୍ୟରେ ଗୋଟେ ମଜବୁତ ସରକାର ଦରକାର ନା ଦୁର୍ବଳ ସରକାର ଦରକାର ସେ ଉପରେ ନିଷ୍ପତ୍ତି ନେବାର ସମୟ  ଏବେ ଉପନୀତ, ତେଣୁ   ପୋଲିଂ ବୁଥ ଯିବା ପୂର୍ବରୁ ସରକାରର କାର୍ଯ୍ୟାବଳୀକୁ  ତର୍ଜମା କରି ଭୋଟ ଦିଅନ୍ତୁ ବୋଲି ମୋଦି କହିଛନ୍ତି। ଓଡ଼ିଶାର ବିକାଶ ପାଇଁ କେନ୍ଦ୍ରରେ ବିଜେପି ସରକାର ଭଳି ଓଡ଼ିଶାରେ ବିଜେପି ସରକାର ଆସିବା ଦରକାର।  ଓଡ଼ିଶାରେ ଡବଲ ଇଞ୍ଜିନ ଲାଗିଲେ ଦ୍ରୁତ ବିକାଶ ହୋଇପାରିବ ବୋଲି ମୋଦି କହିଛନ୍ତି।

jaipur Modi Odisha rally thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.