କରୋନା ଅପଡେଟ: ୨୪ ଘଣ୍ଟାରେ ୨୬ ହଜାର ୩୮୨ ନୂତନ ଆକ୍ରାନ୍ତ ଚିହ୍ନଟ, ୩୮୭ ମୃତ

Published: Dec 16, 2020, 10:47 am IST

ନୂଆଦିଲ୍ଲୀ: ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ହଜାର ୩୮୨ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୮୭ ଜଣଙ୍କର ମୃତ୍ୟୁ ଘଟିଛି। ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୩୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୩୨ ହଜାର ୫୪୮ ରେ ପହଞ୍ଚିଛି। ୩୮୭ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୪ ହଜାର ୯୬ ରେ ପହଞ୍ଚିଛି।

ସେହିପରି ଦେଶରେ ମୋଟ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୫୬ ହଜାର ୪୪୯ ରହିଥିବା ବେଳେ ୩ ଲକ୍ଷ ୩୨ ହଜାର ୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Related posts