ଭୁବନେଶ୍ବର: ରାଜ୍ୟରେ ଆଜି ୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୩୬ ଜଣ ଚିହ୍ନଟ ହୋଇଥିବାବେଳେ ୧୭୧ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ହଜାର ୭୯୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୯ହଜାର ୮୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୭୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୧୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍ ୩୩୫ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୬୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ ଜଣ, ବୌଦ୍ଧରୁ ୧ଜଣ, କଟକରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିହଂପୁର ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲା ରୁ ୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬ ଜଣ, କୋରାପୁଟ ଜିଲ୍ଲା ରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ ଜଣ, ନୟାଗଡ଼ ଜିଲ୍ଲାରୁ 2 ଜଣ, ନୂଆପଡ଼ା ଜିଲ୍ଲାରୁ 8 ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ ଜଣ ଏବଂ ଷ୍ଟେଟ ପୁଲ୍ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।