କୋଲକାତା : ନିର୍ବାଚନ ପୂର୍ବରୁ ମମତା ବାନାର୍ଜୀଙ୍କୁ ଝଟ୍କା ଲାଗିଛି । ଟିଏମ୍ସିରୁ ଇସ୍ତଫା ଦେଇଛନ୍ତି ଶୁଭେନ୍ଦୁ ଅଧିକାରୀ । ପୂର୍ବରୁ କ୍ୟାବିନେଟ୍ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବାବେଳେ ଆଜି ସେ ଦଳରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ବିଧାନସଭା ବାଚସ୍ପତି ନିକଟକୁ ପଠାଇଦେଇଛନ୍ତି । ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି । ତେବେ ଶୁଭେନ୍ଦୁ ଏନେଇ କୌଣସି ସୂଚନା ଦେଇନାହାନ୍ତି ।ଆସନ୍ତା ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।