କନ୍ଧମାଳ : କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ଗାଡିଆପଡା ଘାଟିରେ ଭାରସାମ୍ୟ ହରାଇ ଓଲଟିଛି ଏକ ଯାତ୍ରୀବାହୀ ବସ୍। ‘ରାଜା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଓଲଟି ପଡିବା ଫଳରେ ଏଥିରେ 25 ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଆହତ ଯାତ୍ରୀଙ୍କୁ ଖଜୁରୀପଡା ଓ ଫୁଲବାଣୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ 6ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଘାଟିର ଶେଷ ମୁଣ୍ଡରେ ଏହି ଘରୋଇ ବସଟି ଓଲଟି ପଡିଥିଲା। ବସଟି ଟିକାବାଲିରୁ ଭୁବନେଶ୍ୱର ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।