Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ : ୨୪ ଘଣ୍ଟାରେ ୨୨ ହଜାର ଆକ୍ରାନ୍ତ, ୩୩୮ ମୃତ
ଆଜିର ଖବର

କରୋନା ଅପଡେଟ୍ : ୨୪ ଘଣ୍ଟାରେ ୨୨ ହଜାର ଆକ୍ରାନ୍ତ, ୩୩୮ ମୃତ

December 18, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିବାର ନାମ ନେଉନାହିଁ । ବିଗତ ୨୪ ଘଣ୍ଟା ମଧ୍ୟରେ ୨୨୮୯୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୩୩୮ ଜଣଙ୍କର ମୃତ୍ୟୁ ଘଟିଛି । ୨୨୮୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୯୯ ଲକ୍ଷ ୭୯ ହଜାର ୪୪୭ରେ ପହଞ୍ଚିଛି । ଏହା ସହିତ ୩୩୮ ନୂତନ ମୃତ୍ୟୁକୁ  ମିଶାଇ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୪ ହଜାର ୭୮୯ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧ ହଜାର ୦୮୭ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରଛନ୍ତି । ଏହାକୁ ମିଶାଇ ସମୁଦାୟ ଆରୋଗ୍ୟଙ୍କ  ସଂଖ୍ୟା  ୯୫ ଲକ୍ଷ ୨୦ ହଜାର ୮୨୭ରେ ପହଞ୍ଚିଛି ।  ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୮୫୩୫ ହ୍ରାସ ଘଟିବା ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୮୩୧ରେ ପହଞ୍ଚିଛି ।

କେରଳରେ ବିଗତ ୨୪ ଘଣ୍ଟା ମଧ୍ୟରେ ୪୯୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଶ୍ଚିମବଙ୍ଗରୁ ୨୨୪୫ ଏବଂ ଉତ୍ତରପ୍ରଦେଶରୁ ୧୫୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଏହା ବ୍ୟତିତ ପଶ୍ଚିମବଙ୍ଗରୁ ୪୪ ଏବଂ ଦିଲ୍ଲୀରୁ ୩୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ଅତିକ୍ରାନ୍ତ କରିଛି । ବିଶ୍ୱରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ୪୯ ଲକ୍ଷ ୨୮ ହଜାର ୪୫ରେ ପହଞ୍ଚିଛି । ୪ କୋଟି ୨୩ ଲକ୍ଷ ୪୯ ହଜାର ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୧୭ ହଜାର ୫୨୫ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ଏହି ସମୟରେ ୧୬ ଲକ୍ଷ ୬୧ ହଜାର ୪୫୩ରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.