ଭୁବନେଶ୍ବର: ରାଜ୍ୟରେ ଆଜି ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୦୮ ଜଣ ଚିହ୍ନଟ ହୋଇଥିବାବେଳେ ୧୫୦ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ହଜାର ୫୦୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୦ହଜାର ୫୮୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୨୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍ ୩୫୮ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୩୫ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ, କଟକରୁ ୨୮ଜଣ, ଦେଓଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୪, ଗଞ୍ଜାମରୁ ୫ ଜଣ ଜଗତସିହଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ ଜଣ, କୋରାପୁଟ ଜିଲ୍ଲା ରୁ ୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୧ଜଣ, ରାୟଗଡ଼ ଜିଲ୍ଲା ରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୨୯ ଜଣ ଏବଂ ଷ୍ଟେଟ ପୁଲ୍ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।