ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା୧୮୨୯ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଭୁବନେଶ୍ବରରୁ 63 ବର୍ଷୀୟ ଆକ୍ରାନ୍ତ ରହିଥିବାବେଳେ ଜଗତସିଂହପୁରରୁ 71 ବର୍ଷୀୟ ପୁରୁଷ, କେନ୍ଦ୍ରାପଡାରୁ 61 ବର୍ଷୀୟ ପୁରୁଷ ଓ ପୁରୀରୁ 60 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।