Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶେଷ ହେଲା ଭକ୍ତଙ୍କ ଅପେକ୍ଷା : 23ରୁ ଖୋଲିବ ଶ୍ରୀମନ୍ଦିର
ଆଜିର ଖବର

ଶେଷ ହେଲା ଭକ୍ତଙ୍କ ଅପେକ୍ଷା : 23ରୁ ଖୋଲିବ ଶ୍ରୀମନ୍ଦିର

December 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ : ଭକ୍ତଙ୍କ ଅପେକ୍ଷା ଶେଷ ହୋଇଛି । ଆସନ୍ତା 23ରୁ ଶ୍ରୀମନ୍ଦିର ଖୋଲିବା ନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ତେବେ ପ୍ରଥମ ଦୁଇଦିନ ସେବାୟତ ପରିବାରକୁ ଦର୍ଶନ ଅନୁମତି ରହିଛି । ତା’ପରେ ପୁରୀ ସହରବାସୀଙ୍କୁ ଦର୍ଶନ ସୁବିଧା ମିଳିବ। ସକାଳୁ ସନ୍ଧ୍ୟା ଯାଏ ବିଭିନ୍ନ ଓ୍ବାର୍ଡ ବାସିନ୍ଦାଙ୍କୁ ପର୍ଯ୍ୟାୟକ୍ରମେ ଅନୁମତି ମିଳିବ। ଓ୍ବାର୍ଡଓ୍ବାରୀ ଦର୍ଶନ ପାଇଁ ସମୟ ଆବଣ୍ଟନ କରାଯିବ ବୋଲି ସୂଚନା ରହିଛି ।  ଡିସେମ୍ବର 31 ତାରିଖ ପର୍ଯ୍ୟନ୍ତ ପୁରୀ ବାସୀ ଶ୍ରୀଜୀଉଙ୍କର ଦର୍ଶନ କରିପାରିବେ । ସେହିପରି ଜାନୁଆରୀ ତିନି ତାରିଖରୁ ସମସ୍ତ ଦର୍ଶନାର୍ଥୀଙ୍କୁ ଦର୍ଶନ ସୁବିଧା ମିଳିବ । ଜାନୁଆରୀ 1 ଓ 2 ତାରିଖ ଦର୍ଶନକୁ ବାରଣ କରାଯାଇଛି ।  କୋଭିଡ୍‌ ଗାଇଡଲାଇନ୍‌ରେ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଦର୍ଶନପାଇଁ ଆସୁଥିବା ପୁରୀ ସହରବାସୀ ଭୋଟର ଓ ଆଧାର କାର୍ଡ ଆଣିବାକୁ ବାଧ୍ୟତାମୂଳକ ରଖାଯାଇଛି। ତେବେ ଦର୍ଶନ ପାଇଁ କୋଭିଡ୍‌ ଗାଇଡଲାଇନ୍‌ର ପାଳନ କରାଯିବ ।

ସେହିପରି ଆସନ୍ତା 23 ତାରିଖରୁ ପୁରୀ ସହରର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ମଧ୍ୟ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ବଲଓ୍ବନ୍ତ ସିଂ । ମଙ୍ଗଳା ମନ୍ଦିର, ଅଲରାନାଥ ଆଦି ବଡ ମନ୍ଦିର ଖୋଲିବା ପାଇଁ ମିଟିଂ କରି ବ୍ୟବସ୍ଥା ହେବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ । ସ୍ଥାନୀୟ ତହସିଲଦାର, ଆଇଆଇସି ମିଟିଂ କରି ଦର୍ଶନ ବ୍ୟବସ୍ଥା କରିବେ । ସେହିପରି ଗାଁ ଗହଳିର ଛୋଟ ମନ୍ଦିର ପାଇଁ ଆର୍‌ଆଇ, ସରପଞ୍ଚ ସ୍ଥିର କରିବେ ବୋଲି ସୂଚନା ରହିଛି ।

ପୁରୀ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026
Latest News

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026

ସଠିକ୍ ସୂଚନା ହିଁ ସରକାର ଓ ଜନତାଙ୍କ ମଧ୍ୟରେ ବିଶ୍ୱାସର ଆଧାର: ଅତିରିକ୍ତ ମହାନିର୍ଦ୍ଦେଶକ

August 5, 2026

ଡିପଫେକ୍ ଏବଂ ଶିଶୁ ଯୌନ ନିର୍ଯାତନା ବିଷୟବସ୍ତୁ ମାମଲା: କ୍ଷମା ମାଗିଲେ ମାର୍କ ଜୁକରବର୍ଗ

August 5, 2026

ବିପଦରେ ଅଗରକରଙ୍କ ଚାକିରି: ରୋହିତ ଶର୍ମା ଏହାର କାରଣ

August 5, 2026

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.