ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ୬୨୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୧ ଜଣଙ୍କର ମୃତ୍ୟୁ ଘଟିଛି । ୨୬ ହଜାର ୬୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୧ ହଜାରରେ ପହଞ୍ଚିଛି । ସେହିପରି ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୫ ହଜାର ୪୭୭ରେ ପହଞ୍ଚିଛି ।
ବିଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୬୯୦ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୫ ଲକ୍ଷ ୮୦ ହଜାରରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟି ୩ ଲକ୍ଷ ୫ ହଜାର ୭୫୧ରେ ପହଞ୍ଚିଛି । ମହାରାଷ୍ଟ୍ର, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ଆ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ 23 ଦିନ ଧରି କରୋନା ନୂତନ ଆକ୍ରାନ୍ତଙ୍କଠାରୁ ଅଧିକ ସୁସ୍ଥ ହେଉଥିବାର ସୂଚନା ରହିଛି ।