ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୮ ଜଣ କରୋନା ଆକ୍ରାନ୍ତ

Published: Dec 20, 2020, 7:13 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୯, ସୁନ୍ଦରଗଡରୁ ୩୬,  ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ବରରୁ ୨୦, ଅନୁଗୁଳରୁ ୧୮, ମୟୂରଭଞ୍ଜରୁ ୧୮, ବରଗଡରୁ ୧୭, କଳାହାଣ୍ଡିରୁ ୧୫, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ନୂଆପଡ଼ାରୁ ୧୨, ସମ୍ବଲପୁରରୁ ୧୦, ଯାଜପୁରରୁ ୯, କେନ୍ଦୁଝରରୁ ୯, ଜଗତସିଂହପୁରରୁ ୮, ବଲାଙ୍ଗିରିରୁ ୬, ଗଞ୍ଜାମରୁ ୬, କେନ୍ଦ୍ରାପଡାରୁ ୫, ଦେବଗଡରୁ ୩, ଢେଙ୍କାନାଳରୁ ୩, ରାୟଗଡ଼ାରୁ ୩, କୋରାପୁଟରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩ କୁ ବୃଦ୍ଧି ହୋଇଛି। ତେବେ ୨୬୯୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts