ରାଜ୍ୟରେ ଆଜି ୩୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Dec 21, 2020, 11:47 am IST

ଭୁବନେଶ୍ବର: ରାଜ୍ୟରେ ଆଜି ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୦୮ ଜଣ ଚିହ୍ନଟ ହୋଇଥିବାବେଳେ ୧୫୫ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ହଜାର ୫୯୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୧ହଜାର ୬୪୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୫୭ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୩୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୬୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଓ ସୁନ୍ଦରଗଡରୁ ସର୍ବାଧିକ ୫୦ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ରୁ ୨୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗିର ଜିଲ୍ଲା ରୁ ୮ ଜଣ,  ବୌଦ୍ଧ ଜିଲ୍ଲାରୁ ୩ ଜଣ,  କଟକରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ଜଣ,  ଗଜପତି ଜିଲ୍ଲାରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିହଂପୁର ଜିଲ୍ଲାରୁ ୧ ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ ଜଣ, କୋରାପୁଟ ଜିଲ୍ଲା ରୁ ୧ ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ,  ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୨୭ଜଣ,  ସମ୍ବଲପୁର ଜିଲ୍ଲାରୁ ୩୫ ଜଣ, ସୋନପୁର ଜିଲ୍ଲାରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts