ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ଆକ୍ରାନ୍ତ ଙ୍କର ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
ସୁନ୍ଦରଗଡର ୪୩ ବର୍ଷୀୟ ପୁରୁଷ ଓ ୪୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡି ରୁ ୨୦ ବର୍ଷୀୟା ଯୁବତୀଙ୍କର ମୃତ୍ୟୁ ହୋଇଛି ।