ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୦୯ ଜଣ କରୋନା ଆକ୍ରାନ୍ତ

Published: Dec 21, 2020, 8:24 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୪୪, ସୁନ୍ଦରଗଡରୁ ୨୮, ଖୋର୍ଦ୍ଧାରୁ ୨୭, ବାଲେଶ୍ବରରୁ ୨୬, ମୟୂରଭଞ୍ଜରୁ ୨୬, କଟକରୁ ୨୦, ପୁରୀରୁ ୧୮, ନୂଆପଡ଼ାରୁ ୧୫, ଝାରସୁଗୁଡାରୁ ୧୪, ବଲାଙ୍ଗିରିରୁ ୧୨, ସମ୍ବଲପୁରରୁ ୧୦, ଭଦ୍ରକରୁ ୮, ବରଗଡରୁ ୯, ଯାଜପୁରରୁ ୭, କେନ୍ଦୁଝରରୁ ୭, କେନ୍ଦ୍ରାପଡାରୁ ୬, ନୟାଗଡରୁ ୬, ଗଞ୍ଜାମରୁ ୪, କଳାହାଣ୍ଡିରୁ ୪, ଗଜପତିରୁ ୩, ନବରଙ୍ଗପୁରରୁ ୨, ରାୟଗଡାରୁ ୨, ଢେଙ୍କାନାଳରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୫୯୬ କୁ ବୃଦ୍ଧି ହୋଇଛି। ତେବେ ୨୭୪୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୩୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts