Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝଙ୍କଡ଼ ଶାରଳା ଓ ଗୋରେଖନାଥ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି: ଜାଣନ୍ତୁ ଦର୍ଶନ ନିମନ୍ତେ କ’ଣ ରହିଛି ନିୟମ
ଆଜିର ଖବର

ଝଙ୍କଡ଼ ଶାରଳା ଓ ଗୋରେଖନାଥ ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି: ଜାଣନ୍ତୁ ଦର୍ଶନ ନିମନ୍ତେ କ’ଣ ରହିଛି ନିୟମ

December 21, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: କୋଭିଡ-୧୯ ମାର୍ଗଦର୍ଶିକା ପାଳନ ମାଧ୍ୟମରେ ଝଙ୍କଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ମନ୍ଦିର ଓ ଗୋରେଖନାଥ ମନ୍ଦିର ଖୋଲାଯିବା ପାଇଁ ପ୍ରଶାସନିକ ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ଜିଲ୍ଲାପାଳ ସରୋଜ କୁମାର ମିଶ୍ର ସୂଚନା ଦେଇଛନ୍ତି।

ଆସନ୍ତା ୨୦୨୧ ଜାନୁଆରୀ ୩ତାରିଖ ଠାରୁ ମା’ ଶାରଳା ଓ ଗୋରେଖନାଥଙ୍କ ମନ୍ଦିର ଖୋଲା ରହିବ। ପ୍ରତ୍ୟେକ ଦିନ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସର୍ବାଧିକ ୫୦୦ ଭକ୍ତ ଦର୍ଶନ ସୁଯୋଗ ପାଇପାରିବେ। ୬୫ ବର୍ଷରୁ ଊର୍ଦ୍ଧ୍ବ ଓ ୧୦ ବର୍ଷରୁ କମ୍ ବୟସ୍କଙ୍କୁ ଦର୍ଶନ ସୁଯୋଗ ମିଳିବ ନାହିଁ। ପଣ୍ଡା ଓ ସେବାୟତଙ୍କ ପାଇଁ ମଧ୍ୟ ଏହି ନିୟମ ଲାଗୁହେବ। ପ୍ରତ୍ୟେକ ଦର୍ଶନାର୍ଥିଙ୍କ ଥର୍ମାଲ୍ ସ୍କାନିଙ୍ଗ୍, ହାତ ସାନିଟାଇଜ୍ କରାଯିବା ସହିତ ମାସ୍କ ପରିଧାନ ଓ ସାମାଜିକ ଦୂରତା ବଜାୟ ରଖିବା ବାଧ୍ୟତାମୂଳକ ହେବ। ପ୍ରତ୍ୟେକ ଭକ୍ତ ଦର୍ଶନ ପୂର୍ବରୁ ପରିଚୟପତ୍ର ଓ ବୟସ ପ୍ରମାଣପତ୍ର ଦେଖାଇବାକୁ ପଡିବ।

ଜଗତସିଂହପୁର ଜିଲ୍ଲା ବାହାର ଦର୍ଶନାର୍ଥିଙ୍କୁ ୫ଦିନ ମଧ୍ୟରେ କୋଭିଡ୍ ଟେଷ୍ଟ ନେଗେଟିଭ୍ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ ଅଟେ। ସମସ୍ତ ପୂଜକ ଓ ସେବାୟତ ମାନଙ୍କର କୋଭିଡ୍ ଟେଷ୍ଟ କରାଯିବା ସହିତ ୨ସପ୍ତାହ ପରେ ପୁନଶ୍ଚ ଟେଷ୍ଟ କରାଯିବ। ମନ୍ଦିରକୁ ଗୋଟିଏ ପଟେ ପ୍ରବେଶ ଓ ଗୋଟିଏ ପଟେ ପ୍ରସ୍ଥାନ ବ୍ୟବସ୍ଥା କରାଯିବ। ଭୋଗ ଦୋକାନ ଓ ମନ୍ଦିର ବାହାରେ ଯେପରି ଗହଳି ନହୁଏ ସେଥିପାଇଁ କଠୋର ଏନଫୋର୍ସମେଣ୍ଟ ବ୍ୟବସ୍ଥା କରାଯିବ।

ତହସିଲଦାର, ଆରକ୍ଷୀ ନିରୀକ୍ଷକ, ପୂର୍ତ୍ତବିଭାଗ ଓ ମନ୍ଦିର ନିର୍ବାହୀ ଅଧିକାରୀ ଗାଡ଼ି ପାର୍କିଙ୍ଗ୍ ସ୍ଥାନ, ଭକ୍ତ ମାନଙ୍କ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା, ସାମାଜିକ ଦୂରତା ନିମନ୍ତେ ଗୋଲେଇ ଚିହ୍ନ, ଫ୍ଲେକ୍ସ୍ ମାଧ୍ୟମରେ ନିୟମାବଳୀ ପ୍ରଦର୍ଶନ ନିମନ୍ତେ ୩ ଦିନ ମଧ୍ୟରେ ଯୋଜନା ପ୍ରସ୍ତୁତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀମତୀ ଚିନ୍ମୟୀ ବିଶ୍ୱାଳ ଯୋଗଦେଇ ପ୍ରାରମ୍ଭିକ ସୂଚନା କରିଥିବା ବେଳେ ଏହି ବୈଠକରେ ଉପ-ଆରକ୍ଷୀ ଅଧିକ୍ଷକ ପୁର୍ଣ୍ଣ ଚନ୍ଦ୍ର ପ୍ରଧାନ, ସି.ଡି.ଏମ୍.ଓ ଡଃ ବିଜୟା ପଣ୍ଡା, ଏ.ଡି.ଏମ୍.ଓ ଡଃ ବସନ୍ତ ବାରିକ, ଡଃ ଶତୃଘ୍ନ ଦାଶ, ଶାରଳା ମନ୍ଦିର ଓ ଗୋରେଖନାଥ ମନ୍ଦିର ନିର୍ବାହୀ ଅଧିକାରୀ, ସହକାରୀ ଜିଲ୍ଲାପାଳ ଜରୁରୀ ଶାଶ୍ଵତ ଦାସ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନି ରଞ୍ଜନ ପଟ୍ଟନାୟକ, ତିର୍ତ୍ତୋଲ ଓ ରଘୁନାଥପୁର ତହସିଲଦାର ଏବଂ ଆଇ.ଆଇ.ସି ଙ୍କ ସମେତ ଶାରଳା ମନ୍ଦିର ଓ ଗୋରେଖନାଥ ମନ୍ଦିରର ପୂଜକ ଓ ସେବାୟତ ମାନେ ଉପସ୍ଥିତ ଥିଲେ।

ଗୋରେଖନାଥ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026
Latest News

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026

ବଦଳି ଯାଇଛି କି ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସରେ ଲିଙ୍କ ଥିବା ନମ୍ବର?: ଘରେ ବସି କରନ୍ତୁ ଅପଡେଟ

July 15, 2026

ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.