ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯ ହଜାର ୫୫୬ କୋରନା ରୋଗୀ ଚିହ୍ନଟ ହୋଇଥିବାବେଳେ 301ଜଣଙ୍କର ମୃତ୍ୟୁ ହୋଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୫ ହଜାରକୁ ୧୧୬ କୁ ବୃଦ୍ଧି ହୋଇଛି । ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୬ ହଜାର ୧୧୧ ରେ ପହଞ୍ଚିଛି । ତୋବେ ଦେଶରେ ୨ ଲକ୍ଷ ୯୨ ହଜାର ୫୧୮ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୬ ଲକ୍ଷ ୩୬ ହଜାର ୪୮୭ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।