ରାଇରଙ୍ଗପୁର: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଲକ୍ଷ୍ମଣଛତ୍ର ଗାଁରେ । ଏହି ଘଟଣାରେ ଅଭିୟୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ । ମିଳିଥିବା ସୂଚନା ଅନୁସାରେ ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଛି । ମୃତ ମହିଳାଙ୍କ ନାମ ଛିତା ମୁର୍ମୁ । ତାଙ୍କ ସ୍ୱାମୀଙ୍କ ମଧ୍ୟରେ କୌଣସି କଥାକୁ କେନ୍ଦ୍ର କରି ଝଗଡା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଛିତାଙ୍କ ସ୍ୱାମୀ ତାଙ୍କୁ ପଥରରେ ଛେଚି ହତ୍ୟା କରିଥିଲେ । ଏ ନେଇ ଖବର ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି ।