ରାଜ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

Published: Dec 23, 2020, 1:04 pm IST

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୪୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ଵର, ଭୁବନେଶ୍ବର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ବାଲେଶ୍ଵରରୁ ଜଣେ ୮୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ବରରୁ ଜଣେ ୬୮ ବର୍ଷୀୟ ମହିଳା ଏବଂ ସୁନ୍ଦରଗଡରୁ ଜଣେ ୬୪ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Related posts