ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୦୪ ଜଣ କରୋନା ଆକ୍ରାନ୍ତ

Published: Dec 23, 2020, 9:05 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୫୧, ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ ୨୭, ମୟୂରଭଞ୍ଜରୁ ୨୧, ପୁରୀରୁ ୨୧, ବରଗଡରୁ ୧୫, ନୂଆପଡ଼ାରୁ ୧୪, ବାଲେଶ୍ବରରୁ ୧୧, ଜଗତସିଂହପୁରରୁ ୧୧, ସମ୍ବଲପୁରରୁ ୧୦, ଝାରସୁଗୁଡାରୁ ୭, କଳାହାଣ୍ଡିରୁ ୭, ଗଞ୍ଜାମରୁ ୮, କେନ୍ଦ୍ରାପଡାରୁ ୭, ଭଦ୍ରକରୁ ୫, ଗଜପତିରୁ ୫, କେନ୍ଦୁଝରରୁ ୩, କୋରାପୁଟରୁ ୩, ନବରଙ୍ଗପୁରରୁ ୨, ଦେବଗଡରୁ ୧, ଯାଜପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୬୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୨୭୯ କୁ ବୃଦ୍ଧି ହୋଇଛି। ତେବେ ୨୭୩୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts