କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ୨୪ ହଜାର ୭୧୨ ଆକ୍ରାନ୍ତ ଚିହ୍ନଟ, ୩୧୨ ମୃତ

Published: Dec 24, 2020, 10:57 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ହଜାର ୭୧୨ କୋରନା ରୋଗୀ ଚିହ୍ନଟ ହୋଇଥିବାବେଳେ ୩୧୨ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୨୩ ହଜାରକୁ ୭୭୮ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୬ ହଜାର ୭୫୬ ରେ ପହଞ୍ଚିଛି। ତେବେ ଦେଶରେ ୨ ଲକ୍ଷ ୮୩ ହଜାର ୮୪୯ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୬ ଲକ୍ଷ ୯୩ ହଜାର ୧୭୩ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି।

Related posts