Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଶା କ୍ୟାରିଅର୍‌ ପୋର୍ଟାଲ୍‌ର ଶୁଭାରମ୍ଭ
ଆଜିର ଖବର

ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଶା କ୍ୟାରିଅର୍‌ ପୋର୍ଟାଲ୍‌ର ଶୁଭାରମ୍ଭ

December 24, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡ଼ିଶା କ୍ୟାରିଆର୍‌ ପୋର୍ଟାଲ୍‌ର ଶୁଭାରମ୍ଭ କରି କହିଲେ ଯେ ଏହି ନୂତନ ଓଡ଼ିଶା କ୍ୟାରିଅର୍‌ ପୋର୍ଟାଲ୍‌ ଏକ ଅଦ୍ୱିତୀୟ ଏବଂ ସମୟୋପଯୋଗୀ । ଯେତେବେଳେ କୋଭିଡ୍‌-୧୯ ମହାମାରୀ ଦ୍ୱାରା କବଳିତ, ପୂର୍ବର ଶିକ୍ଷା ବ୍ୟବସ୍ଥାରେ ଏକ ଜରୁରୀକାଳୀନ ସହାୟତା ରୂପେ ଶିକ୍ଷାର୍ଥୀମାନଙ୍କ ଦ୍ୱାରା ସେମାନେ ଅନ୍ବେଷଣ କରୁଥିବା ଆବଶ୍ୟକୀୟ ବୃତ୍ତିଗତ ଶିକ୍ଷାପ୍ରାପ୍ତି ନିମନ୍ତେ ଏକ ଯଥାର୍ଥ ସୂଚନାଦାତା ରୂପେ କାର୍ଯ୍ୟ କରିବ । ଏହି କ୍ୟାରିଅର୍‌ ପୋର୍ଟାଲରେ ସର୍ବାଧିକ ଚିତ୍ତାକର୍ଷକାରୀ ଦିଗଟି ହେଲା, ଏହାର ସମସ୍ତ ପାଠ୍ୟ ବିଷୟଗୁଡିକରେ ଆଞ୍ଚଳିକ ଭାବାପନ୍ନତା ଏବଂ ସାଂପ୍ରତିକତା ବଜାୟ ରହିଛି । ଶିକ୍ଷାର୍ଥୀମାନେ ଏହାର ଡ୍ୟାସ୍‌ବୋର୍ଡକୁ ଖୁବ୍‌ ସହଜରେ ନିଜର ଆଇଡି ଦ୍ୱାରା ଲଗ୍‌ଇନ୍‌ କରି ଏହାକୁ ଖୋଲିପାରିବେ ଏବଂ ଆବଶ୍ୟକୀୟ ସୂଚନା ପାଇବା ସହିତ ତତ୍‌ସମ୍ବନ୍ଧୀୟ ନିଜର ସନ୍ଦେହମୋଚନ କରିପାରିବେ ଏବଂ ସଠିକ୍‌ ଭାବେ ସେଥିରେ ଶିକ୍ଷାପ୍ରାପ୍ତି ନିମନ୍ତେ ଆବେଦନ କରିପାରିବେ ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଥିଲେ ।

ୟୁନିସେଫ୍‌ ସହଯୋଗରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା କ୍ୟାରିଅର୍‌ ପୋର୍ଟାଲ୍‌ର ଶୁଭାରମ୍ଭ ହୋଇଛି । ଯଦ୍ଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର ଶିକ୍ଷାର୍ଥୀମାନେ ନିଜର ଭବିଷ୍ୟତ ବୃତ୍ତିଗୁଡ଼ିକ ସମ୍ବନ୍ଧରେ ଜାଣିବା ସହିତ ତତ୍‌ସମ୍ବନ୍ଧୀୟ ବିଶେଷଜ୍ଞ ପରାମର୍ଶ ମଧ୍ୟ ପାଇପାରିବେ । ନିଜର ଲଗ୍‌ଇନ୍‌ ଆଇଡି ଏବଂ ପାସ୍‌ୱାର୍ଡ ମାଧ୍ୟମରେ www.odishacareerportal.comକୁ ଲଗ୍‌ଇନ୍‌ କରି ସେମାନେ ଏହି ସହାୟତା ପାଇପାରିବେ । ଏହି ପୋର୍ଟାଲ ଦ୍ୱାରା ଶିକ୍ଷାର୍ଥୀମାନେ ବିଭିନ୍ନ ବୃତ୍ତି ଏବଂ ଶିକ୍ଷାନୁଷ୍ଠାନ ସମ୍ବନ୍ଧ ରେ ଜାଣିବେ ଏବଂ ଶିକ୍ଷକମାନଙ୍କ ସହିତ ସିଧାସଳଖ କଥାବାର୍ତ୍ତା ମଧ୍ୟ କରିପାରିବେ । ଏହି ପୋର୍ଟାଲ୍‌କୁ ବ୍ୟବହାର କରିବା ପାଇଁ ପ୍ରସ୍ତୁତ କରାଯାଇଥିବା ଏକ ମୋବାଇଲ୍‌ ଉପଯୋଗୀ ଆପ୍‌କୁ ପ୍ରୟୋଗ କରି ପ୍ରାୟ ୧୭ ଲକ୍ଷ ଶିକ୍ଷାର୍ଥୀ ଏଥିରୁ ଉପକୃତ ହୋଇପାରିବେ ।

ଏହି ଓଡ଼ିଶା କ୍ୟାରିଅର୍‌ ଗାଇଡାନ୍ସ ପୋର୍ଟାଲ୍‌ଟି ଓଡ଼ିଆ ଭାଷାରେ ପ୍ରସ୍ତୁତ କରାଯାଇଅଛି । ଏହି ଅନନ୍ୟ ପୋର୍ଟାଲ୍‌ଟି ବିଭିନ୍ନ ବୃତ୍ତି ଓ ସେଗୁଡ଼ିକ ସହ ଜଡ଼ିତ ଥିବା ମହାବିଦ୍ୟାଳୟ, ଧନ୍ଦାମୂଳକ ଅନୁଷ୍ଠାନ ଏବଂ ସେଥିପାଇଁ ରହିଥିବା ପ୍ରବେଶିକା ପରୀକ୍ଷା ତଥା ବୃତ୍ତିଗୁଡ଼ିକ ସମ୍ବନ୍ଧରେ ସଂପୂର୍ଣ୍ଣ ଭାବେ ସୂଚନା ପ୍ରଦାନ କରିଥାଏ । ଏହି ପୋର୍ଟାଲ୍‌ରେ ୫୫୦ରୁ ଊର୍ଦ୍ଧ୍ବ ବୃତ୍ତି ବା ଧନ୍ଦା ସମ୍ବନ୍ଧୀୟ ସଂପୂର୍ଣ୍ଣ ତଥ୍ୟ ରହିଛି ଏବଂ ଏହାର ଉପଯୋଗ କରି ଶିକ୍ଷାର୍ଥୀମାନେ ୨,୬୨,୨୦୦ରୁ ଊର୍ଦ୍ଧ୍ବ ମହାବିଦ୍ୟାଳୟ ଏବଂ ଧନ୍ଦାମୂଳକ ଅନୁଷ୍ଠାନ ବିଷୟରେ ଜାଣିବା ସହିତ ରାଜ୍ୟ ଏବଂ ଦେଶରେ ଥିବା ୧୭୦୦ରୁ ଊର୍ଦ୍ଧ୍ବ ନିମ୍ନସ୍ନାତକ ଏବଂ ସ୍ନାତକୋତ୍ତର ମହାବିଦ୍ୟାଳୟ ଏବଂ ଧନ୍ଦାମୂଳକ ଅନୁଷ୍ଠାନ ବିଷୟରେ ସବିଶେଷ ତଥ୍ୟ ପାଇପାରିବେ । ଏତଦ୍‌ବ୍ୟତୀତ ଏଥିପାଇଁ ଥିବା ୧୧୫୦ଟି ପ୍ରବେଶିକା ପରୀକ୍ଷା ଏବଂ ସେମାନଙ୍କର ଆବେଦନ ପ୍ରଣାଳୀ ବିଷୟରେ ମଧ୍ୟ ଜାଣିପାରିବେ । ପ୍ରଦତ୍ତ ଧନ୍ଦାଗୁଡ଼ିକ ସଂଲଗ୍ନ ୧୧୨୦ଟି ଛାତ୍ରବୃତ୍ତି, ପ୍ରତିଯୋଗିତାମୂଳକ ପରୀକ୍ଷା ଏବଂ ଭାରତ ତଥା ଭାରତ  ବାହାରେ ଉଚ୍ଚଶିକ୍ଷା ନିମନ୍ତେ ଥିବା ଫେଲୋସିପ୍‌ଗୁଡ଼ିକ ସମ୍ବନ୍ଧରେ ମଧ୍ୟ ସବିଶେଷ ବିବରଣୀ ପ୍ରାପ୍ତ ହୋଇପାରିବ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ କହିଛନ୍ତି ଯେ ରାଜ୍ୟର ସମସ୍ତ ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍ତରର ଶିକ୍ଷାର୍ଥୀମାନେ ଯେପରି ନିଜ ପାଇଁ ଉପଯୁକ୍ତ ବୃତ୍ତିର ଚୟନ କରିପାରବେ, ସେଥିପାଇଁ ଓଡ଼ିଶା କ୍ୟାରିଅର୍‌ ପୋର୍ଟାଲ୍‌ର ଆକାଂକ୍ଷା ରହିଛି । କିଶୋର ଶିକ୍ଷାର୍ଥୀମାନେ ଯେପରି ନିଜ ପାଇଁ ଉପଯୁକ୍ତ ବୃତ୍ତିଗତ ପନ୍ଥାର ଚୟନ ପାଇଁ ସମର୍ଥ ହୋଇପାରିବେ ତଥା ତାଙ୍କର ଆକାଂକ୍ଷାନୁଯାୟୀ ଏକ ବୃତ୍ତି ବା ଧନ୍ଦାକୁ ଆପଣେଇବା ପାଇଁ ଏକ ସୁଦୃଢ଼ ଭିତ୍ତି ସ୍ଥାପନ ନିମନ୍ତେ ସକ୍ଷମ ହୋଇପାରିବା ସହିତ କର୍ମ ସୁଯୋଗ ମଧ୍ୟ ପାଇପାରିବେ । ବିଶିଷ୍ଟ ବ୍ୟକ୍ତିବିଶେଷ ଓ ବୃତ୍ତି ସହାୟକ, ଯେଉଁମାନେ ବିଭିନ୍ନ ବୃତ୍ତିଗତ ଓ ଧନ୍ଦାମୂଳକ ଅନୁଷ୍ଠାନ ସହିତ ଜଡ଼ିତ ଅଛନ୍ତି, ସେମାନଙ୍କ ସହ ସିଧାସଳଖ ବାର୍ତ୍ତାଳୟ କରି ବିଭିନ୍ନ ବୃତ୍ତିଗତ ସାମର୍ଥ୍ୟ ତଥା ତତ୍‌ସମ୍ବନ୍ଧୀୟ ସୁଯୋଗଗୁଡ଼ିକ ବିଷୟରେ ଜାଣିବା ନିମନ୍ତେ ମଧ୍ୟ ଏହି ପୋର୍ଟାଲ୍‌ ଶିକ୍ଷାର୍ଥୀମାନଙ୍କୁ ସହାୟତା ଦେଇପାରିବ ।

ଭୂପିନ୍ଦର ସିଂ ପୁନିଆ ଆଲୋକପାତ କରି କହିଥିଲେ,  ଆଗାମୀ ବର୍ଷରେ ଓଡ଼ିଶାର ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଜୀବନରେ ବ୍ୟାପକ ସକାରାତ୍ମକ ପ୍ରଭାବ ପକାଇବା ସହିତ ବିଶ୍ୱବ୍ୟାପୀ ଆହ୍ୱାନର ସମ୍ମୁଖୀନ ହେବା ପାଇଁକିଶୋରକିଶୋରୀ ଛାତ୍ରମାନଙ୍କ ବିକାଶର ଆବଶ୍ୟକତା ଏବଂ ବୃତ୍ତିଗତ ଚିନ୍ତାଧାରାକୁ ସମାଧାନ କରିବ । ୟୁନିସେଫ୍‌ କ୍ଷେତ୍ରୀୟ, କାର୍ଯ୍ୟାଳୟର ମୁଖ୍ୟ ଡ. ମୋନିକା ନେଲ୍‌ସନ୍‌ କହିଛନ୍ତି ଯେ ଓଡ଼ିଶା କ୍ୟାରିଅର୍‌ ପୋର୍ଟାଲ୍‌, ରାଜ୍ୟର ମାଧ୍ୟମିକ ସ୍ତରର କିଶୋର ଶିକ୍ଷାର୍ଥୀମାନଙ୍କୁ ବିଦ୍ୟାଳୟରୁ ବାହାରି କର୍ମଜଗତରେ ପ୍ରବେଶ କରିବା ପାଇଁ ଉଚ୍ଚତର ଅଧ୍ୟୟନ କରିବା ନିମନ୍ତେ ଏକ ଉଲ୍ଲେଖନୀୟ ମାଧ୍ୟମ ରୂପେ କାର୍ଯ୍ୟ କରିବ । ଏଥିନିମନ୍ତେ ଆବଶ୍ୟକୀୟ ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତ ପ୍ରକାର ସାହାଯ୍ୟ କରିବା ନିମନ୍ତେ ୟୁନିସେଫ୍‌ ସଂକଳ୍ପବଦ୍ଧଅଟେ ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଶାସନ ସଚିବ ଶ୍ରୀ ରଘୁରାମ ଆୟାର, ଶ୍ରୀମତୀ ଲଳିତା ପଟ୍ଟନାୟକ, ଶିକ୍ଷା ବିଶେଷଜ୍ଞ, ୟୁନିସେଫ୍‌, ଓଡ଼ିଶା, ଶ୍ରୀମତୀ ଆରତୀ ରାଉତ, ଯୁଗ୍ମ ନିର୍ଦ୍ଦେଶକ, ଓସେପା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଚଳିତ ବର୍ଷ କୁମାର ପୂର୍ଣ୍ଣିମା କେବେ? 6 ତାରିଖ ନା 7 ତାରିଖ, କଣ କହୁଛି ପଞ୍ଚାଙ୍ଗ

October 4, 2025

ଶ୍ୟାମଜୀ କୃଷ୍ଣବର୍ମାଙ୍କ ଲିଗାସୀରୁ ପ୍ରେରଣା ନେବାକୁ ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

October 4, 2025

ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ କାହିଁକି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

October 4, 2025

ଡିଜିଙ୍କୁ ସାକ୍ଷାତ କଲେ କଟକ ଭସାଣୀ ଗଣ୍ଡଗୋଳରେ ଆହତ ଡିସିପି ରିଷିକେଶ

October 4, 2025
Latest News

ଚଳିତ ବର୍ଷ କୁମାର ପୂର୍ଣ୍ଣିମା କେବେ? 6 ତାରିଖ ନା 7 ତାରିଖ, କଣ କହୁଛି ପଞ୍ଚାଙ୍ଗ

October 4, 2025

ଶ୍ୟାମଜୀ କୃଷ୍ଣବର୍ମାଙ୍କ ଲିଗାସୀରୁ ପ୍ରେରଣା ନେବାକୁ ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

October 4, 2025

ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ କାହିଁକି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

October 4, 2025

ଡିଜିଙ୍କୁ ସାକ୍ଷାତ କଲେ କଟକ ଭସାଣୀ ଗଣ୍ଡଗୋଳରେ ଆହତ ଡିସିପି ରିଷିକେଶ

October 4, 2025

ରେଳ ଯୋଗେ କାଶ୍ମୀର ଉପତ୍ୟକାରେ ପହଞ୍ଚିଲା ଅଟୋମୋବାଇଲ ରେକ୍ ,ଏହା ପ୍ରଥମ ଘଟଣା

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.