ଆଜି ରାଜଧାନୀ ଭୁବନେଶ୍ବରରୁ 14 ଜଣ ଆକ୍ରାନ୍ତ ଚିହ୍ନଟ

Published: Dec 24, 2020, 6:23 pm IST

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 14 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 14 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 5 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 09 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ଭୁବନେଶ୍ବରରୁ 32 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ନୂତନ ସଂକ୍ରମିତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରୁ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ମୋଟ 31 ହଜାର 488ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 30 ହଜାର 882ଜଣ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ 235ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 350 ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Related posts