ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୨୪ ଜଣ କରୋନା ଆକ୍ରାନ୍ତ

Published: Dec 24, 2020, 8:55 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୬୬, ଅନୁଗୁଳରୁ ୩୬, ଖୋର୍ଦ୍ଧାରୁ ୩୦, କଟକରୁ ୨୦, ପୁରୀରୁ ୧୯, ନୂଆପଡ଼ାରୁ ୧୭, ବାଲେଶ୍ବରରୁ ୧୭, ସମ୍ବଲପୁରରୁ ୧୪, ମୟୂରଭଞ୍ଜରୁ ୧୩, କେନ୍ଦ୍ରାପଡାରୁ ୧୧, ବରଗଡରୁ ୧୦, ଯାଜପୁରରୁ ୧୦, କଳାହାଣ୍ଡିରୁ ୯, ବଲାଙ୍ଗିରିରୁ ୮, ଝାରସୁଗୁଡାରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, ମାଲକାନାଗିରିରୁ ୩, ନୟାଗଡରୁ ୩, ଦେବଗଡରୁ ୨, ଭଦ୍ରକରୁ ୧, କୋରାପୁଟରୁ ୧, ରାୟଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୫୪୨ କୁ ବୃଦ୍ଧି ହୋଇଛି। ତେବେ ୨୬୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts