Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ପାଇଁ ନିର୍ଦ୍ଦେଶ ଜାରି କଲେ ଜିଲ୍ଲାପାଳ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ପାଇଁ ନିର୍ଦ୍ଦେଶ ଜାରି କଲେ ଜିଲ୍ଲାପାଳ

December 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଜିଲ୍ଲାପାଳ ସନତ କୁମାର ମହାନ୍ତି ନିର୍ଦ୍ଦେଶ ଜାରି କରିଛନ୍ତି। ଜାନୁୟାରୀ ୩ ତାରିଖରୁ କୋଭିଡ୍‌ ନିୟମ ପାଳନ ପୂର୍ବକ ମନ୍ଦିର ଖୋଲାଯିବ। ଭୁବନେଶ୍ବର ଲିଙ୍ଗରାଜ ମନ୍ଦିର ଓ ଭୁବନେଶ୍ବର ମହାନଗର ନିଗମ ଅଧୀନରେ ଥିବା ସମସ୍ତ ଧର୍ମାନୁଷ୍ଠାନ ଏଥିରେ ଅନ୍ତର୍ଭୁକ୍ତ କରାଯାଇନାହିଁ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି।

ମନ୍ଦିର ଓ ଧର୍ମାନୁଷ୍ଠାନମାନଙ୍କରେ ପରିଚାଳନା କମିଟି ପକ୍ଷରୁ ଆନୁସଙ୍ଗିକ ବ୍ୟବସ୍ଥା କରାଯିବ। ମନ୍ଦିର ଓ ଧର୍ମାନୁଷ୍ଠାନ ପ୍ରବେଶ ପୂର୍ବରୁ ଥର୍ମାଲ୍‌ ସ୍କାନିଂ କରାଯିବ। ସମସ୍ତ ଭକ୍ତ ମାସ୍କ ପିନ୍ଧିବା ଜରୁରୀ। ଦର୍ଶନ ସମୟରେ ୬ ଫୁଟର ସାମାଜିକ ଦୂରତ୍ବ ରଖାଯିବ।

ତେବେ ନିରାପଦ ରହିବା ପାଇଁ ୬୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା, ରୋଗାଗ୍ରସ୍ତ ବ୍ୟକ୍ତି ଏବଂ ୧୦ବର୍ଷରୁ କମ୍‌ ବୟସର ପିଲାଙ୍କୁ ମନ୍ଦିର କିମ୍ବା ଧର୍ମନୁଷ୍ଠାନକୁ ଯିବା ପାଇଁ ବାରଣ କରାଯାଇଛି। ମନ୍ଦିର ଓ ଧର୍ମାନୁଷ୍ଠାନରେ କୌଣସି ବ୍ୟକ୍ତି କୋଭିଡ୍‌ ନିୟମ ଉଲ୍ଲଙ୍ଘନ କଲେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଖୋର୍ଦ୍ଧା ଜିଲ୍ଲା ଜିଲ୍ଲାପାଳ ମନ୍ଦିର ଓ ଧର୍ମାନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Latest News

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.