କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ୨୩ ହଜାର ୬୮ ଆକ୍ରାନ୍ତ ଚିହ୍ନଟ, ୩୩୬ ମୃତ

Published: Dec 25, 2020, 10:58 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩ ହଜାର ୬୮ କୋରନା ରୋଗୀ ଚିହ୍ନଟ ହୋଇଥିବାବେଳେ ୩୩୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୪୬ ହଜାରକୁ ୮୪୬ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୯୨ ରେ ପହଞ୍ଚିଛି। ତେବେ ଦେଶରେ ୨ ଲକ୍ଷ ୮୧ ହଜାର ୯୧୯ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୭ ଲକ୍ଷ ୧୭ ହଜାର ୮୩୪ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି।

Related posts