ଚଣ୍ଡେଶ୍ୱର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ତିନି ଗୁରୁତର

Published: Dec 25, 2020, 9:55 pm IST

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଚଣ୍ଡେଶ୍ୱର ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି। ୧୬ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଚଣ୍ଡେଶ୍ୱର ଛକ ନିକଟରେ ବାଇକ ଯୋଗେ ଦୁଇ ଜଣ ବ୍ୟକ୍ତି ଘରକୁ ଫେରୁଥିବା ବେଳେ ରାସ୍ତାରେ ଯାଉଥିବା ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ପଛ ପଟୁ ଧକ୍କା ଦେଇଥିଲେ। ଫଳରେ ସମସ୍ତ ୩ ଜଣ ବ୍ୟକ୍ତି ଗୁରୁତର ଆହାତ ହୋଇପଡ଼ିଥିଲେ। ଗୁରୁତରଙ୍କୁ ପ୍ରଥମେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେମାନଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ଗୁରୁତର ତିନିଜଣଙ୍କ ମଧ୍ୟରୁ ଦୁଇଜଣଙ୍କ ପରିଚୟ ମିଳିଛି। ସେମାନଙ୍କ ମଧ୍ୟରୁ ଜଣେ ଭୋବରା ଗ୍ରାମର ଭିକାରୀ ଚରଣ ବେହେରା (୫୫) ହୋଇଥିବା ବେଳେ ଅନ୍ୟ ଜଣେ ବଡ଼ପାରି ଗ୍ରାମର ପୁରୁଷୋତ୍ତମ ଦାସ (୫୦) ବୋଲି ଜଣାପଡିଛି।

Related posts