ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 4ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1857କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବର, ବାଲେଶ୍ବର ଜିଲ୍ଲାରୁ ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
ଭୁବନେଶ୍ବରରୁ 55 ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବରରୁ 58 ବର୍ଷୀୟା ମହିଳା, ସୁନ୍ଦରଗଡରୁ 71 ବର୍ଷୀୟା ମହିଳା ଓ ମୟୂରଭଞ୍ଜରୁ 57 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।