ଚାଣକ୍ୟ ନୀତି, ତିନି ପ୍ରକାରର ଲୋକ ସ୍ବର୍ଗ ସୁଖ ଲାଭ କରିପାରନ୍ତି, ସବୁବେଳେ ଖୁସିରେ ରହନ୍ତି, କିଏ ସେମାନେ ?

Published: Dec 27, 2020, 6:41 am IST

ନୂଆଦିଲ୍ଲୀ,  ଚାଣକ୍ୟ ନୀତିରେ ରହିଛି ଯେ ଯାହାଙ୍କ ସନ୍ତାନର ପିତୃଭକ୍ତି ରହିଛି, ଯାହାର ଦାମ୍ପତ୍ୟ ଜୀବନ ମଧୁର ଅଛି, ଯିଏ ନିଜ ଧନସଂପତ୍ତିରେ ସନ୍ତୁଷ୍ଠ ଅଛି ସେ ସ୍ବର୍ଗ ସୁଖ ଲାଭ କରିପାରିବ। ଅର୍ଥାତ ଆପଣଙ୍କର ପିଲାମାନେ ଯଦି ଦୁଷ୍ଟ ନ ହୋଇ ପିତୃଭକ୍ତ ହେବେ ତେବେ ଆପଣଙ୍କର କୌଣସି ଚିନ୍ତା ରହିବ ନାହିଁ। ସେହିପରି ଆପଣଙ୍କ ଧର୍ମପତ୍ନୀଙ୍କ ସହିତ ଯଦି ଭଲ ସଂପର୍କ ଅଛି ତେବେ ସୁଖରେ ରହିବେ। କାରଣ ପତିପତ୍ନୀ ମଧ୍ୟରେ ଯଦି ଅପଡ ହେଲା ତେବେ ସେହି ଘରେ ସବୁବେଳେ କଳିଝଗଡା ଲାଗି ରହିବ।

ସେହିପରି ସଂପତ୍ତି ପ୍ରତି ଯଦି ଲୋଭ ରହିଲା ତେବେ ଆପଣଙ୍କର ସୁଖ ଚାଲିଗଲା ବୋଲି ଭାବି ନିଅନ୍ତୁ। କାରଣ ସଂପତ୍ତି ଲୋଭ ହିଁ ଦୁଃଖର ଅନ୍ୟତମ କାରଣ। ସେଥିପାଇଁ ଭଗବାନ ଯେତିକି ସଂପତ୍ତି ଦେଇଛନ୍ତି ବା ଦେଉଛନ୍ତି ତାହାକୁ ନେଇ ସନ୍ତୁଷ୍ଠ ରୁହନ୍ତୁ। ଅସତ୍ ଉପାୟରେ ସଂପତ୍ତି ଅର୍ଜନ କଲେ ପରିମାଣ ବଢିପାରେ ହେଲେ ସୁଖ ରହିବ ନାହିଁ।

Related posts