କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ୧୮ ହଜାର ୭୩୨ ଆକ୍ରାନ୍ତ ଚିହ୍ନଟ, ୨୭୯ ମୃତ

Published: Dec 27, 2020, 10:56 am IST

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୭୩୨ କୋରନା ରୋଗୀ ଚିହ୍ନଟ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୮୭ ହଜାରକୁ ୮୫୦ କୁ ବୃଦ୍ଧି ହୋଇଛି। ସେହିପରି ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୬୨୨ ରେ ପହଞ୍ଚିଛି। ତେବେ ଦେଶରେ ୨ ଲକ୍ଷ ୭୮ ହଜାର ୬୯୦ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୭ ଲକ୍ଷ ୬୧ ହଜାର ୫୩୮ ଜଣ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି।

Related posts