ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Dec 27, 2020, 11:13 am IST

ଭୁବନେଶ୍ବର: ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୩୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୮୪୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ଜିଲ୍ଲାରୁ ୧୬ଜଣ ଚିହ୍ନଟ ହୋଇଥିବା ବେଳେ  ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲା ରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୬ ଜଣ, ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତି ଜିଲ୍ଲା ରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁରରୁ ୬, ନୟାଗଡ ଜିଲ୍ଲାରୁ ୬ ଜଣ,  ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts