
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୬୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବର, କଳାହାଣ୍ଡି, ନୂଆପଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
ଭୁବନେଶ୍ବରରୁ ୩୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରୁ ୪୫ ବର୍ଷୀୟା ମହିଳା, ନୂଆପଡ଼ାରୁ ୬୫ ବର୍ଷୀୟ ପୁରୁଷ ଓ ସୁନ୍ଦରଗଡରୁ ୭୦ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।