ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୩ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1861କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବର, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
ଭୁବନେଶ୍ବରରୁ 60 ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ରାୟଗଡା ଜିଲ୍ଲାରୁ 5 ମାସର ଶିଶୁ ପୁତ୍ର ଓ ସୁନ୍ଦରଗଡରୁ 72 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।