ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ହଜାର ୪୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୫୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୨୪ହଜାର ୩୦୩କୁ ବୃଦ୍ଧି ପାଇଛି । । ମୋଟ୍ ମୃତ୍ୟୁସଂଖ୍ୟା ୧ଲକ୍ଷ ୪୮ହଜାର ୧୫୩କୁ ବୃଦ୍ଧି ପାଇଛି । ଦେଶରେ ମୃତ୍ୟୁହାର ରହିଛି ୧.୪୫% । ଦେଶରେ କରୋନା ସୁସ୍ଥ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୯୮ଲକ୍ଷ ୭ହଜାର ୫୬୯ ସଂକ୍ରମିତ ରହିଥିବାବେଳେ ଗତ ୨୪ଘଣ୍ଟାରେ ସାରା ଦେଶରୁ ୨୪ହଜାର ୯୦୦ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏବେ ଦେଶରେ ୨ଲକ୍ଷ ୬୮ହଜାର ୫୮୧ଟି ଆକ୍ଟିଭ୍ କେସ୍ ରହିଛି ।