କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୩୬ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 1, 2021, 10:42 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୩୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୫୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨ ଲକ୍ଷ ୮୬ ହଜାର ୭୧୦ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୮ହଜାର ୯୯୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୮ଲକ୍ଷ ୮୩ ହଜାର ୪୬୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨,୫୪,୨୫୪ ଆକ୍ଟିଭ୍‌ କେସ୍ ରହିଛି।

Related posts