କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୯ ହଜାର ୭୮ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 2, 2021, 10:30 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୯ ହଜାର ୭୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୨୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୫ ହଜାର ୭୮୮ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୨୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୬ ହଜାର ୩୮୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨,୫୦,୧୮୩ ଆକ୍ଟିଭ୍‌ କେସ୍ ରହିଛି।

Related posts