Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଖୋଲିଲା ମା’ ଭଗବତୀ ମନ୍ଦିର: ଜାଣନ୍ତୁ ଦର୍ଶନ ପାଇଁ କ’ଣ ରହିଛି କଟକଣା
ଆଜିର ଖବର

ଆଜିଠୁ ଖୋଲିଲା ମା’ ଭଗବତୀ ମନ୍ଦିର: ଜାଣନ୍ତୁ ଦର୍ଶନ ପାଇଁ କ’ଣ ରହିଛି କଟକଣା

January 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜିଠାରୁ ଓଡ଼ିଶାର ଅନ୍ୟତମ ଶକ୍ତିପୀଠ ତଥା ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ ଭଗବତୀ ମନ୍ଦିର ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଖୋଲାଯାଇଛି। କରୋନା କଟକଣା ତଥା ଗାଇଡଲାଇନ ଅନୁଯାୟୀ ମାଆ ଙ୍କୁ ଦର୍ଶନ କରିବେ ଭକ୍ତ। ଏ ନେଇ ଆଜି ଶ୍ରୀ ଶ୍ରୀ ଦକ୍ଷେଶ୍ୱର ଭଗବତୀ ଏଣ୍ଡାଓମେଣ୍ଟ ର କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ବାଣପୁର ତହସିଲଦାର ମନ୍ମଥ ବେହେରା ମନ୍ଦିର ଦର୍ଶନ ପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି।

ଭକ୍ତଙ୍କ ପାଇଁ ଗାଇଡଲାଇନ ଗୁଡ଼ିକ ହେଲା:-

୧. ଭକ୍ତମାନେ ମନ୍ଦିରରେ ପ୍ରବେଶ ପୂର୍ବରୁ ନିଜ ଶରୀରର ତାପମାତ୍ରା ମାପ କରିବେ
୨. ଭକ୍ତମାନେ ମାକ୍ସ ପରିଧାନ କରିବା ଅନିବାର୍ଯ୍ୟ ଅଟେ
୩. ଭକ୍ତମାନେ ସାନିଟାଇଜର ବ୍ୟବହାର କରିବେ
୪. ଭକ୍ତମାନେ ପରସ୍ପରଠାରୁ ୬ ଫୁଟ ଦୂରତା ରକ୍ଷା କରିବେ
୫. ୧୦ ବର୍ଷରୁ କମ ପିଲା, ୬୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ମନ୍ଦିର ପ୍ରବେଶ ପାଇଁ ବାରଣ
୬. ଦର୍ଶନବେଳେ ଭକ୍ତମାନେ ଅର୍ଗଳୀ ଡ଼େଇଁପାରିବେ ନାହିଁ ତଥା ଦେବାଦେବୀଙ୍କୁ ସ୍ପର୍ଶ କରିପାରିବେ ନାହିଁ
୭. ମନ୍ଦିର ଭିତରେ ଭକ୍ତମାନେ କୌଣସି ଜାଗାରେ ଏକାଠି(ଠୁଳ) ହୋଇପାରିବେ ନାହିଁ

ଆଜିଠାରୁ ମନ୍ଦିର ମଧ୍ୟରେ ଏହି ସବୁ ବ୍ୟବସ୍ଥା ପରିଚାଳନା କରିବା ପାଇଁ ଦେବୋଦତ୍ତର କର୍ମଚାରୀ ଏବଂ ସ୍ଥାନୀୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ରହିବେ ବୋଲି ତହସିଲଦାର ଶ୍ରୀ ବେହେରା ସୂଚନା ଦେଇଛନ୍ତି।

କଟକଣା ଦର୍ଶନ ବାଣପୁର ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.