କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୭୭ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 3, 2021, 10:47 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୭୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୨୩ ହଜାର ୯୬୫ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୪୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୨୭ ହଜାର ୩୧୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୪୭ ହଜାର ୨୨୦ ଆକ୍ଟିଭ୍‌ କେସ୍ ରହିଛି।

Related posts