ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୪ ଜଣ କରୋନା ଆକ୍ରାନ୍ତ

Published: Jan 3, 2021, 8:53 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୬, ଖୋର୍ଦ୍ଧାରୁ ୩୩, ଅନୁଗୁଳରୁ ୨୧, କଟକରୁ ୨୧, ସମ୍ବଲପୁରରୁ ୧୯, ବରଗଡରୁ ୧୮, ବଲାଙ୍ଗୀରିରୁ ୧୬, ମୟୂରଭଞ୍ଜରୁ ୧୬, ଯାଜପୁରରୁ ୧୧, ବାଲେଶ୍ବରରୁ ୧୦, କେନ୍ଦ୍ରାପଡାରୁ ୧୦, ନୂଆପଡାରୁ ୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩, ଭଦ୍ରକରୁ ୨, ଜଗତସିଂହପୁରରୁ ୨, ନବରଙ୍ଗପୁରରୁ ୨, କେନ୍ଦୁଝରରୁ ୧, ନୟାଗଡରୁ ୧, ପୁରୀରୁ ୧  ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୬ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ କୁ ବୃଦ୍ଧି ହୋଇଛି। ତେବେ ୨୧୬୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts