ଭୁବନେଶ୍ବର: ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୦୬ ଜଣ ଚିହ୍ନଟ ହୋଇଥିବାବେଳେ ୭୭ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୨୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୩୪୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୬ ଟି ଜିଲ୍ଲାରୁ ମୋଟ୍ ୧୮୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୬ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମରୁ ୫, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମାଲକାନାଗିରିରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲା ରୁ ୨ ଜଣ ଏବଂ ଷ୍ଟେଟ ପୁଲ୍ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।