Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୋରା ମଦ ଚଢାଉ ବେଳେ ଫାଣ୍ଡି ଅଧିକାରୀଙ୍କୁ ତୀର ମାରିଲେ ଦୁର୍ବୃତ୍ତ
ଆଜିର ଖବର

ଚୋରା ମଦ ଚଢାଉ ବେଳେ ଫାଣ୍ଡି ଅଧିକାରୀଙ୍କୁ ତୀର ମାରିଲେ ଦୁର୍ବୃତ୍ତ

January 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ମଦ ଜବତ କରିବାକୁ ଯାଇଥିବା ଫାଣ୍ଡି ଅଧିକାରୀଙ୍କ ଉପରକୁ ତୀର ମାଡ଼ ଅଭିଯୋଗ ହୋଇଛି। ଏପରି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲ୍ଲା ଟେନ୍‌ସା ଫାଣ୍ଡି ଅଞ୍ଚଳରେ ଘଟିଯାଇଛି। ତୀର ମାଡରେ ଟେନସା ଫାଣ୍ଡି ଅଧିକାରୀ ଅଶୋକ କୁମାର ବେହେରା ଗୁରୁତର ହୋଇଛନ୍ତି।

ସୂଚନାଯୋଗ୍ୟ, ଟେନ୍‌ସା ଅଞ୍ଚଳରେ ଚୋରା ମଦ ବେପାର ହେଉଥିବା ଅଭିଯୋଗ ହୋଇଥିଲା। ଖବର ପାଇଁ ଫାଣ୍ଡି ଅଧିକାରୀ ଚୋରା ମଦ ଚଢାଉ ପାଇଁ ଆଜି ସନ୍ଧ୍ୟା ପ୍ରାୟ ସାଢେ ୪ଟାରେ ଉକ୍ତ ଅଞ୍ଚଳକୁ ଯାଇଥିଲେ। ଏହି ସମୟରେ ସେଠାରେ ତାଙ୍କ ଉପରକୁ ମଦ ମାଫିଆମାନେ ତୀର ମାଡ଼ କରିଥିଲେ। ଏହି ତୀର ଅଶୋକଙ୍କ ପିଠିରେ ଗଳି ଯିବାରୁ ସେ ଅଚେତ ହୋଇ ଘଟଣାସ୍ଥଳରେ ପଡି ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟଲୋକ ଉଦ୍ଧାର କରି ୮୦ କିମି ଦୂର ରାଉରକେଲା ସରକାରୀ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଜଣାପଡ଼ିଛି। ଏ ପର୍ଯ୍ୟନ୍ତ ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରି ନାହିଁ।

Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.