କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୩୪୬ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 7, 2021, 10:32 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୩୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୯୫ ହଜାର ୨୭୮ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୩୩୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୧୬ ହଜାର ୯୫୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୮ ହଜାର ୮୩ ଆକ୍ଟିଭ୍‌ କେସ୍ ରହିଛି।

Related posts