ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୮୨ ଜଣ କରୋନା ଆକ୍ରାନ୍ତ

Published: Jan 7, 2021, 8:48 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବଲାଙ୍ଗୀରିରୁ ୪୦, ସୁନ୍ଦରଗଡରୁ ୩୪, ମୟୂରଭଞ୍ଜରୁ ୧୪, ନୂଆପଡ଼ାରୁ ୨୨, ବରଗଡରୁ ୧୮, ଅନୁଗୁଳରୁ ୧୬, ବାଲେଶ୍ବରରୁ ୧୬, ସମ୍ବଲପୁରରୁ ୧୬, ଯାଜପୁରରୁ ୧୪, କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୧୨, କଟକରୁ ୭, କେନ୍ଦ୍ରାପଡାରୁ ୬, ନୟାଗଡରୁ ୬, ବୌଦ୍ଧରୁ ୫, ଦେବଗଡ଼ରୁ ୫, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୭ ହଜାର ୨୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୧୫୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୨୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts