
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୧୩୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୩୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୧୩ ହଜାର ୪୧୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୫୭୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୬ ହଜାର ୯୫୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍ କେସ୍ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୫ ହଜାର ୪୪୯ ଆକ୍ଟିଭ୍ କେସ୍ ରହିଛି।