ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଉଭୟ ଦିନ ଏବଂ ରାତିର ତାପମାତ୍ରା

Published: Jan 8, 2021, 6:56 pm IST

ଭୁବନେଶ୍ୱର: ପ୍ରତ୍ୟେକ ଦିନ ରାତିର ତାପମାତ୍ରା ବଦଳୁ ଥିବାବେଳେ ଜାନୁଆରୀ ୧୬ ତାରିଖ ପର୍ଯ୍ୟନ୍ତ ଉଭୟ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପବନର ଗତି ବଙ୍ଗୋପ ସାଗରରୁ ଆଦ୍ରତା ଆହରଣ ଏହା ନିରୂପଣ କରିଥାଏ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ରାତ୍ରିରେ ସାଧାରଣତଃ ପୃଥିବୀ ପୃଷ୍ଠର ବିକିରଣ ଦ୍ୱାରା ଓ ଉତ୍ତର ଭାରତରୁ ପ୍ରବାହିତ ହେଉଥିବା ଥଣ୍ଡା ପବନ ଦ୍ୱାରା ତାପମାତ୍ରା କମିଥାଏ। ଏହି ଅବସ୍ଥା ଓଡ଼ିଶାରେ ଡ଼ିସେମ୍ବର ଶେଷ ପର୍ଯ୍ୟନ୍ତ ରହିଥିଲା।

ଜାନୁଆରୀ ୧୫ ତାରିଖରୁ ରାତିର ତାପମାତ୍ରା କମିବାର ସମ୍ଭାବନା ଥିବାବେଳେ ଉତ୍ତର ଭାରତରେ ଏହା ବୃଦ୍ଧି ପାଇବା ସମ୍ଭାବନା ଦୃଷ୍ଟିରୁ ରାତିର ତାପମାତ୍ରା ସାମାନ୍ୟ ଅବା ତାଠାରୁ ଅଧିକ ହୋଇପାରେ।

ସେହିପରି ଦିନରେ ତାପମାତ୍ରା ଅଧିକ ହେବାର ସମ୍ଭାବନା ରହିଥିବାବେଳେ ଜାନୁଆରୀ ତୃତୀୟ ସପ୍ତାହ ବେଳକୁ ଏହା ୩୨ ରୁ ୩୪ ଡିଗ୍ରୀ ରହିପାରେ ବୋଲି କୁହାଯାଇଛି।

Related posts