କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୨୨୨ ନୂଆ କରୋନା ପଜିଟିଭ ଚିହ୍ନଟ

Published: Jan 9, 2021, 10:51 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୨୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୨୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪ ଲକ୍ଷ ୧୩ ହଜାର ୬୩୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୭୯୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି  ୫୬ ହଜାର ୬୫୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୨୪ ହଜାର ୧୯୦ ଆକ୍ଟିଭ୍‌ କେସ୍ ରହିଛି।

Related posts