ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ: ଅତ୍ୟାଧୁନିକ ଜ୍ଞାନକୌଶଳରେ କରାଯିବ ନିର୍ମଳ

Published: Jan 9, 2021, 12:31 pm IST

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଛନ୍ତି। ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ପାଇଁ ଆଇଓସିଏଲ ୭୦ ଲକ୍ଷ ଟଙ୍କା ବିନିଯୋଗ କରିବ। ଆଇସିଟି, ଆଇଓସି, ଓବିସିସିର ମିଳିତ ଉଦ୍ୟମରେ ବିନ୍ଦୁସାଗରକୁ  ସଫେଇ କରାଯିବ। ଓଡ଼ିଶା ସେତୁ ନିର୍ମାଣ ନିଗମ ଲିମିଟେଡ (ଓବିସିସି)ର ସହଯୋଗିତାରେ ଏହା କାର୍ଯ୍ୟକାରୀ ହେବ। ବିନ୍ଦୁସାଗର ଜଳକୁ ସ୍ୱଚ୍ଛ ଏବଂ ନିର୍ମଳ ଲାଗି ହାଇଡ୍ରୋ ଡାଇନାମିକ କ୍ୟାଭିଟେସନ ନାମକ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରାଯିବ। ଆବଶ୍ୟକ ହେଲେ ସେଥିରେ କେମିକାଲ ପ୍ରୟୋଗ କରାଯିବ। ତିନିବର୍ଷ ପାଇଁ ଭୁବନେଶ୍ୱର ଆଇସିଟି ଆଇଓସି ବିଶୋଧନ ଯନ୍ତ୍ରର ରକ୍ଷାଣାବେକ୍ଷଣ ଦାୟିତ୍ୱ ବହନ କରିବ। ବିଶୋଧନ ପାଇଁ ରାଜ୍ୟ ସରକାର ମାଗଣା ବିଦ୍ୟୁତ ସେବା ଯୋଗାଇଦେବେ।

ଏହି ସମାରୋହରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ସାମିଲ ହୋଇଛନ୍ତି।

Related posts