
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୩୨ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
Tags: କରୋନା ଆକ୍ରାନ୍ତ, ଭୁବନେଶ୍ବର